ଆସନ୍ତା ଜୁନ୍‌ ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସୋମବାର ଅର୍ଥାତ୍ ଜୁନ୍‌ ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧୦ଟା୩୦ରୁ ଭୁବନେଶ୍ୱର ଅଶୋକ ନଗରର ୟୁନିଟ୍-୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ଠାରେ ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ । ଏନେଇ ଶୁକ୍ରବାର ଦିନ ୧୨ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି । ଆଜି ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।ଲୋକମାନେ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।

ଅଧିକ ପଢନ୍ତୁ

kc ads