ଆସନ୍ତା ତିନି ଦିନ ଏହିସବୁ ଜିଲ୍ଲାରେ ଝଡ଼ ବର୍ଷା

ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ ଲାଇନ୍ ଉତ୍ତରପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଅତିକ୍ରମ କରୁଛି । ଏହାର ପ୍ରଭାବରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ପାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ସେପଟେ ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ତାତିରେ ସନ୍ତୁଳି ହେଲେଣି ରାଜ୍ୟବାସୀ ।

ଅଧିକ ପଢନ୍ତୁ