କଲବଲ କରିବ ଖରା । ଆଗକୁ ଭୟଙ୍କର ତାତି । ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ ।୨୬ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିପାରେ । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରାଯାଇଛି ।ଶନିବାର ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେର୍ଡ ଆଲର୍ଟ ଜାରି କରାଯାଇଛି। ଅପରପକ୍ଷେ ରବିବାର ଓ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାନେଇ ସୂଚନା ଦିଆଯାଇଛି। କେନ୍ଦୁଝର, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବ। ତେବେ ରବିବାର କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ଓ୍ବେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ସୋମବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
