ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା

ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ଡରାଇବ । ୩୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଚଳିତ ସପ୍ତାହରେ(ଏପ୍ରିଲ ୧ ତାରିଖ ଭିତରେ) ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ସେହିଭଳି ଏପ୍ରିଲ ପହିଲା ଯାଏ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧.୬ ଡିଗ୍ରୀରୁ ୩ ଡିଗ୍ରୀ ଯାଏ ଅଧିକ ରହିବାର ସମ୍ଭାବନା ଅଛି । କିନ୍ତୁ ୨ରୁ ୮ ତାରିଖ ଭିତରେ ଦିନ ତାପମାତ୍ରା ବଢ଼ିପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଶୁକ୍ରବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରେ ଝଡ଼ ବର୍ଷା ଆଶଙ୍କା ଅଛି ।
୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଅଧିକ ପଢନ୍ତୁ