ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଘର: ମନ୍ତ୍ରି

ଆସନ୍ତା ୧୪ରେ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପକ୍କା ଘର । ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ବିଭାଗର ମନ୍ତ୍ରି ରବି ନାରାୟଣ ନାଏକ ।ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ବାଣ୍ଟିବେ ।ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶିବରାଜ ସିଂ ଚୌହାନ। ପଶ୍ଚିମ ଓଡ଼ିଶାର ବଲାଙ୍ଗୀରରେ ଆୟୋଜିତ ହେବ ବଡ଼ କାର୍ଯ୍ୟକ୍ରମ।ଏକାଥରକେ ୭ ଲକ୍ଷ ହିତାଧିକାରୀଙ୍କୁ ଘର ଦେବାକୁ ଯାଉଛନ୍ତି ସରକାର।ଏହି ୭ ଲକ୍ଷ ଘର ଦୁଇଟି ଯୋଜନାରେ ଦିଆଯିବ। ୩ ଲକ୍ଷ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର ମିଳିବ। ସେହିପରି ୪ ଲକ୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦିଆଯିବ। ତେବେ ରାଜ୍ୟର ପ୍ରତି ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଅଧିକ ପଢନ୍ତୁ