ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI

ଆସନ୍ତା ୧୮ରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ASI । ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଲା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଂଚ ଅନୁଷ୍ଠିତ ହେବ । ଏ.ଏସ୍.ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ନିରୀକ୍ଷଣ ହେବ ।ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ବାହାର ଓ ଭିତର ରତ୍ନଭଣ୍ଡାରର ସମସ୍ତ ରତ୍ନ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତର ହୋଇଛି। ସେହିପରି ଖାଲି ଆଲମିରା, ସିନ୍ଦୁକଗୁଡ଼ିକୁ ବି ସ୍ଥାନାନ୍ତର କରାଯାଇଛି। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା ଏହା ଦ୍ୱାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡ଼ିବ, ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇକୁ ଅନୁରୋଧ କରାଯାଇଥିଲା |

ଅଧିକ ପଢନ୍ତୁ