ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ 5 ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସୁବ ଜିଲ୍ଲାରେ ଝଟକା ପବନର ଘଣ୍ଟାପ୍ରତି ବେଗ 30-40 କିମି ରହିବ ।ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ କୌଣସି ଓ୍ବାର୍ନିଂ ଜାରି କରାଯାଇନାହିଁ।
