ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ହେବ ସମ୍ଭାବନା

ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍ଏସ୍ଇ ଲକ୍ଷ୍ୟ ରଖିଛି । ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ ।ସୂଚନାଯୋଗ୍ୟ, ପୂର୍ବରୁ ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍‌ଏସ୍‌ଇ ଲକ୍ଷ୍ୟ ରଖିଥିଲା।

ଅଧିକ ପଢନ୍ତୁ

kc ads