ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫ ଯାଏ କଟକଣା । ପ୍ରଭୁ ନୀଳମାଧବଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଅପରାହ୍ନ ସାଢେ ୧୨ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରିବେ ।ରାଷ୍ଟ୍ରପତି ୨୪ ତାରିଖ ଅପରାହ୍ନ ୩.୩୫ ମିନିଟ ସମୟରେ ନୟାଗଡ଼ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ ।
