ଆସନ୍ତା ୨୪ ଓ ୨୫ରେ ବର୍ଷା ସହ କଲବଲ କରିବ ଘନ କୁହୁଡ଼ି

ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି। ଏହାର ପ୍ରଭାବରେ ଓଡ଼ିଶା ଉପରେ ଏକ ପୂର୍ବଳୀ ନିମ୍ନଚାପ ରେଖା ସୃଷ୍ଟି ସମ୍ଭାବନା ହେତୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟ ବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ସହ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ମେଘୁଆ ଆକାଶ ସହ ବର୍ଷାର ସମ୍ଭାବନା ରହିଛି।

କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ବର୍ଷା ହେବ । ସେହିପରି ୯ ଜିଲ୍ଲାକୁ ମଧ୍ଯମ ଧରଣର ବର୍ଷା ସମ୍ଭାବନା । ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ, ମାଲକାନଗିରି । ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ଆକଳନ କରିଛି ବିଭାଗ ।

ଅଧିକ ପଢନ୍ତୁ

Odisha Darpan Digital