ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ହେବ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ଉଭା ହୋଇଛି। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୧୯ ତାରିଖ ସକାଳୁ ବର୍ଷା ପରିମାଣ ବଢ଼ିପାରେ। ଏଥିପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ୍‌ ଓ୍ବାର୍ନିଂ ଓ ରାୟଗଡ଼ା, ଗଜପତି ଓ କଳାହାଣ୍ଡିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି।ସେପଟେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଉପକୂଳ ଅଞ୍ଚଳରେ ୪୦ରୁ ୬୦ କି.ମି ପବନ ବହିବାର ସମ୍ଭାବନା ରହିଛି । ତେଣୁ ମେଘୁଆ ପାଗ ଓ ପବନର ବେଗକୁ ନେଇ ୧୭ରୁ ୨୦ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ