ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ସବୁଠୁ ଥଣ୍ଡା ଥିଲା ଜି. ଉଦୟଗିରି । ଏଠାରେ ପାରଦ ୪.୩ ରେକର୍ଡ କରାଯାଇଛି ।
ଗତ କିଛି ଦିନ ହେବ କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଶୀତ ଅପେକ୍ଷାକୃତ ବଢିଛି । ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳରେରେ ଘନ କୁହୁଡି ସାଙ୍ଗକୁ ଶୀତ । ୭ ଡିଗ୍ରୀ ତଳେରହିଛି ପାରଦ । ଘନ କୁହୁଡ଼ି ଯୋଗୁଁ ସକାଳ ୧୦ଟା ପୂର୍ବରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି ।ଉପକୂଳ ଜିଲ୍ଲାର କିଛି ସ୍ଥାନରେ ପତଳା କୁହୁଡ଼ି ହୋଇପାରେ । କିନ୍ତୁ ଘନ କୁହୁଡ଼ିର ଆଶଙ୍କା ନାହିଁ । ପାଗ ଶୁଖିଲା, ଖରାଟିଆ ଓ ମେଘମୁକ୍ତ ରହିବ । ଡିସେମ୍ବର ୨୫ରେ ଭୁବନେଶ୍ୱରର ରାତି ତାପପାତ୍ରା ପ୍ରାୟ ୧୫ ଡିଗ୍ରୀ ପାଖାପାଖି ରହିବ । ୩୧ରେ ପାରଦ ୧୨ରୁ ୧୩ ଡିଗ୍ରୀ ରହିପାରେ ।
