ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡା ସୁରକ୍ଷା । ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ । ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର । ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ । ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରହିବ। ଏଣେ କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନ ହେବାକୁ ବି ଧ୍ୟାନ ଦିଆଯିବ।

ଅଧିକ ପଢନ୍ତୁ