ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ।

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଥିବାବେଳେ ଏଥିରେ ୬ଦିନ ବିଳମ୍ବ ହୋଇଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁର ଜିଲ୍ଲା । ରାଜ୍ୟର ପ୍ରାୟ ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ।

ଅଧିକ ପଢନ୍ତୁ