ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି।ମିଜୋରାମର ପୂର୍ବତନ ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡ. କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରେ ମିଜୋରାମର ରାଜ୍ୟପାଳ ଭାବେ ଶପଥ ନେଇଥିଲେ।

ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ ।

ଅଧିକ ପଢନ୍ତୁ