ଆସନ୍ତା ୩୦ ତାରିଖ ମଧ୍ୟରେ ସହରି ଶିକ୍ଷକ ଯିବେ ଗାଁ ସ୍କୁଲ।

ଗ୍ରାମାଞ୍ଚଳ ସ୍କୁଲରେ ଦୂର ହେବ ଶିକ୍ଷକ ସମସ୍ୟା । ଗାଁକୁ ଯିବେ ସହରୀ ସ୍କୁଲ ଶିକ୍ଷକ । ସହରାଞ୍ଚଳର ବହୁ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଅନୁପାତରେ ଅଧିକ ଶିକ୍ଷକ ଅଛନ୍ତି । ଆଉ ସେହି ଅନୁପାତରେ ଗ୍ରାମାଞ୍ଚଳର ଅନେକ ସ୍କୁଲରେ ଯଥେଷ୍ଟ କମ୍ ଶିକ୍ଷକ ଅଛନ୍ତି । ଯଥାଶୀଘ୍ର ଜିଲ୍ଲାରେ ଶିକ୍ଷକଙ୍କ ନିଯୁକ୍ତି ତାଲିକା ତଦାରଖ କରିବା ସହ ଯେଉଁ ସ୍କୁଲରେ ଅଧିକ ଶିକ୍ଷକ ଅଛନ୍ତି ସେଠାରୁ ଶିକ୍ଷକ ନଥିବା ସ୍କୁଲକୁ ପଠାଯିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରିଛି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ।ରୁରୀକାଳୀନ ଚିଠି ଜାରି କରି ନିର୍ଦ୍ଦେଶାଳୟ ସ୍ପଷ୍ଟ ଭାଷାରେ ଉଲ୍ଲେଖ କରିଛି , ଯଥାଶୀଘ୍ର ସହରାଞ୍ଚଳ, ବ୍ଳକ ହେଡକ୍ୱାର୍ଟରରୁ ଗ୍ରାମାଞ୍ଚଳକୁ ଶିକ୍ଷକ ବଦଳି କରାଯିବ । ଆସନ୍ତା ୩୦ ତାରିଖ ମଧ୍ୟରେ ଶିକ୍ଷକ ନ‌ଥିବା ସ୍କୁଲ କିମ୍ବା ଜଣେ ଶିକ୍ଷକରେ ଚାଲିଥିବା ସ୍କୁଲକୁ ଶିକ୍ଷକ ବଦଳିକୁ ଗୁରୁତ୍ବର ସହ ନେବାକୁ କୁହାଯାଇଛି ।

ଅଧିକ ପଢନ୍ତୁ

kc ads