ରାଜ୍ୟରେ ଏବେ ପାଗରେ ପରିବର୍ତ୍ତନ ଜାରି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିଲେବି, ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିପାଇଁ ସମ୍ପୃକ୍ତ ଅଞ୍ଚଳଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତା ୨ ତାରିଖରୁ ରାଜ୍ୟରେ ପାଗ ଧୀରେ ଧୀରେ ଶୁଖିଲା ହେବାର ସମ୍ଭାବନା ରହିଛି। ତେବେ ସବୁ ଅଞ୍ଚଳରେ ସମ୍ପୂର୍ଣ୍ଣ ଶୁଖିଲା ପାଗ ରହିବ ନାହିଁ। କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ।
