ଆସନ୍ତା ୪ ଦିନ ମଧ୍ୟରେ ୨ରୁ ୩ ଡିଗ୍ରି ବଢିବ ରାତି ତାପମାତ୍ରା

ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୪ ଡିଗ୍ରି ମଧ୍ୟରେ ରହିବ ।ସୋମବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ହେବା ସମ୍ଭାବନା ରହିଛି ।ତେବେ ଆଗକୁ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଥିବାବେଳେ, ସୋମବାର ଠାରୁ ଶୀତ ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଅଧିକ ପଢନ୍ତୁ