ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ

ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଲଗାତାର ନିଆଁ ମାଡ଼ରେ ଛଟପଟ ହେଉଥିବା ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରାରେ ଅଳ୍ପ ହ୍ରାସ ଘଟିଛି ।ରାଜ୍ୟରେ ଏବେ ଧୀରେ ଧୀରେ କାଳବୈଶାଖୀର ପ୍ରଭାବ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି। ତେବେ ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଆଦି ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ।ଗୁରୁବାର ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ଏବଂ ଉପକୂଳରେ ୩୫ରୁ ୩୮ ଡିଗ୍ରୀ ମଧ୍ୟରେ ରହିପାରେ । ମେ’ ପହିଲାରେ ତାପମାତ୍ରା ଆହୁରି କମିପାରେ । ଯାହାକି ପରବର୍ତ୍ତୀ ୫-୬ ଦିନ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ