ଆସନ୍ତା ୫ ଦିନ ରାଜ୍ୟରେ ଦିନରେ ହେବ ପ୍ରବଳ ଗରମ

ଦିନରେ ହେବ ପ୍ରବଳ ଗରମ । ସନ୍ଧ୍ୟାରେ ହେବ ବର୍ଷା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ନୂଆପଡ଼ା ଓ ନବରଙ୍ଗପୁରର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ସ୍ଥିତି ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୬ ତାରିଖ ପର୍ଯନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ଏବଂ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ