ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ।

ଆସନ୍ତା ୬ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ତେବେ ରାଜ୍ୟରେ ୩ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ବୁଧବାର ଜାଗରରେ ବି ପାଗ ସ୍ୱାଭାବିକ ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।ସୋମବାର ବୌଦ୍ଧ ଓ ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ଼ ହୋଇଛି।

ଝାରସୁଗୁଡ଼ା ଓ ମାଲକାନଗିରିରେ ୩୫.୪ ଡିଗ୍ରୀ ଲେଖାଏଁ, ଟିଟିଲାଗଡ଼ରେ ୩୫ ଏବଂ ଭୁବନେଶ୍ବରରେ ୩୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି। ସର୍ବନିମ୍ନ ତାପମାତ୍ରା ପୁଣି ହ୍ରାସ ପାଇଛି। ଗତକାଲି ରାତିରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ, ସେମିଳିଗୁଡ଼ାରେ ୧୦.୫, ଫୁଲବାଣୀରେ ୧୨.୫, ଝାରସୁଗୁୁଡ଼ାରେ ୧୨.୯, ରାଉରକେଲାରେ ୧୪.୫ ଏବଂ ସୁନ୍ଦରଗଡ଼ରେ ୧୫.୩ ଡିଗ୍ରୀ ରେକର୍ଡ଼ ହୋଇଛି।ସୂଚନାଯୋଗ୍ୟ, ସାଧାରଣତଃ ଫେବ୍ରୁଆରୀ ମାସ ବେଳକୁ ଶୀତ ପ୍ରକୋପ ରହିଥାଏ । ତେବେ ଚଳିତ ବର୍ଷ ଏହି ଧାରାରେ ବିରାମ ଲାଗିଛି। ଶୀତ ଉଭାନ ହୋଇଯାଇଥିବା ବେଳେ ଫେବ୍ରୁଆରୀ ଆରମ୍ଭରୁ ତାପମାତ୍ରା ବୃଦ୍ଧି ପାଇଛି । ଏବେଠୁ ଖରାର ପ୍ରକୋପ ଦେଖି ଆଗକୁ ତାତି ଆଗକୁ ବଢ଼ିବ ବୋଲି ଲୋକଙ୍କ ମନରେ ଛନକା ପଶିଲାଣି।

ଅଧିକ ପଢନ୍ତୁ