ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଏବଂ କଲେଜ

ଭୁବନେଶ୍ବର,(ଓଡିଶା ଦର୍ପଣ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଦେଶରେ ସଂକ୍ରମଣ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଏହି ପ୍ରରିପ୍ରେକ୍ଷୀରେ ଦେଶରେ ଅନେକ ରାଜ୍ୟର ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ରାଜ୍ୟ ସରକାର ଏହାକୁ ନେଇ ଏକ ବଡ ଘୋଷଣା କରିଛନ୍ତି। ଆସନ୍ତା ୭ ତାରିଖରୁ ସ୍କୁଲ ଏବଂ କଲେଜ ଖୋଲିବ ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। କୋଭିଡ୍‌ କଟକଣାକୁ କଠୋର ଭାବେ ପାଳନ କରାଯାଇ ସ୍କୁଲ ଏବଂ କଲେଜ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଆସନ୍ତା ୭ ତାରିଖରୁ ୮ମ ଶ୍ରେଣୀରୁ ଉପରକୁ ସବୁ ଶିକ୍ଷାନୁଷ୍ଠାନ ଖୋଲିବ ପାଇଁ ନିଷ୍ପତ୍ତି ହୋଇଛି। ସେହିଭଳି ଫେବୃଆରୀ ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସ୍କୁଲ ଯିବେ। କିନ୍ତୁ ସେଥିପାଇଁ ବାଧ୍ୟତାମୂଳକ ନୁହେଁ। ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ରେ ଛାତ୍ରଛାତ୍ରୀ ପାଠ ପଢ଼ିବେ। ସ୍କୁଲ କଲେଜ୍‌ ସହ ହଷ୍ଟେଲ ମଧ୍ୟ ଖୋଲାଯିବ। ଏହା ସହିତ ରାଜ୍ୟର ସମସ୍ତ ପ୍ରଶିକ୍ଷଣ ଅନୁଷ୍ଠାନ ମଧ୍ୟ ଖୋଲିବ।

ଅଧିକ ପଢନ୍ତୁ