ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ୩ ତାରିଖଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଏବଂ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
୪ ତାରିଖ ବରଗଡ଼, ବଲାଙ୍ଗୀର ଓ ସୋନପୁରରେ ପ୍ରବଳ ଏବଂ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୫ରେ ବର୍ଷା ପରିମାଣ ବଢ଼ିପାରେ । ଅନେକ ସ୍ଥାନରେ ବର୍ଷା ସହ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।