ଆସୁଛି ଲଘୁଚାପ ।ସୃଷ୍ଟି ହେବାକୁ ଯାଉଛି ଚଳିତ ମୌସୁମୀ ଋତୁର ପ୍ରଥମ ଲଘୁଚାପ । ୩ ତାରିଖରେ ଲଘୁଚାପ ସମ୍ଭାବନା।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ‘ଲଘୁଚାପ’ ସୃଷ୍ଟି ହେବାର ସମ୍ଭାବନା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଉତ୍ତର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ଅଛନ୍ତି । ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ଆଜିଠାରୁ ୬ ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ଅଛି । ଏହି ସମୟ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟାରେ କେଉଁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କୋରାପୁଟ, ରାୟଗଡ଼ା,ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ,ଭଦ୍ରକ,କେନ୍ଦ୍ରାପଡ଼ା ,ଜଗତସିଂହପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
