ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଯେ କୌଣସି ପରିସ୍ଥିତି ମୁକାବିଲା ନେଇ ଆମେ ପ୍ରସ୍ତୁତ ରହିଛୁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । “ବର୍ତ୍ତମାନ ଲଘୁଚାପ ଘଣ୍ଟାପ୍ରତି 3 କିମି ବେଗରେ ଗତି କରୁଛି । ଦକ୍ଷିଣ- ପଶ୍ଚିମ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ । ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ଆକଳନ କରିନାହିଁ । ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଲଘୁଚାପ ପ୍ରଭାବରେ ଆଗାମୀ 7 ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ରହିବ । ଏହି ସମୟରେ ସମୁଦ୍ର ସ୍ଥିତି ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଛି । “
