ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ତଳମୁହାଁ ପାରଦ ଯୋଗୁଁ ସାରା ରାଜ୍ୟ ଜାଡ଼ରେ ଥରୁଛି । ରାତିର ତାପମାତ୍ରା ଅହେତୁକ ହ୍ରାସ ପାଇବା କାରଣରୁ ସନ୍ଧ୍ୟାରୁ ଶୀତ ମାଡ଼ି ଆସୁଛି । ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ପ୍ରାୟତଃ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ ।। ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁରରେ କୁହୁଡ଼ି ସମ୍ଭାବନା ରହିଛି । କନ୍ଧମାଳ ଓ ସମ୍ବଲପୁରର ସ୍ଥାନେ ସ୍ଥାନେ ଘନ କୁହୁଡ଼ି ହୋଇପାରେ । କଟକରେ ୨୧ ତାରିଖରୁ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ । ୨୨ରୁ ଭୁବନେଶ୍ୱର ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରହିବା ସମ୍ଭାବନା ଅଛି ।
