ଆହୁରି ସଶକ୍ତ ହେବେ ମହିଳା । କାର୍ଯ୍ୟକାରୀ ହେବ ସୁଭଦ୍ରା ପ୍ଲସ୍ ।

ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର ପ୍ରତିଶ୍ରୁତିକୁ ପାଳନ କରୁଛନ୍ତି। ତେବେ ବଜେଟରେ ସୁଭଦ୍ରା ଯୋଜନାକୁ ଗୁରୁତ୍ବ ଦେଇଛନ୍ତି ସରକାର । ଏଥି ପାଇଁ ୧୦ହଜାର ୧୪୫କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେହିଭଳି ସୁଭଦ୍ରା ସୁରକ୍ଷା ନୂଆ ଯୋଜନା ପାଇଁ ୧୫୩କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥି ସହ ନୂଆ ଯୋଜନା ହିସାବରେ ଗରିବ ଝିଅଙ୍କ ବିବାହ ପାଇଁ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୧୨କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏଥିରେ ଗରିବ ଝିଅଙ୍କ ସାମୁହିକ ବିବାହ କରିବେ ସରକାର ।ବର୍ତ୍ତମାନ ସୁଦ୍ଧା ପ୍ରଥମ କିସ୍ତିରେ ୯୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୪ ହଜାର ୯ ଶହ କୋଟିରୁ ଅଧିକ ଟଙ୍କା ଦଇଛନ୍ତି।

୫ବର୍ଷରେ ସମସ୍ତ ଯୋଗ୍ୟ ମହିଳାଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବେ । କେବଳ ଏତିକି ଆର୍ଥିକ ସହାୟତାରେ ଅଟକିବ ନାହିଁ ସରକାର। ୨୦୨୫-୨୬ ଆର୍ଥିକ ବର୍ଷରେ ମହିଳାଙ୍କ ପାଇଁ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସୁଭଦ୍ରା ଯୋଜନାରେ ୧୦ ହଜାର ୧୪୫ ଗୋଟି ଟଙ୍କା ଓ ସୁଭଦ୍ରା ସୁରକ୍ଷା ଅଧିନରେ ୧୫୩ କୋଟି ଟଙ୍କା ଦିଆଯିବ।ସୁଭଦ୍ରା ପ୍ଲସରେ କିଶୋରୀ ସୁଭଦ୍ରା, ସୁଭଦ୍ରା ସଞ୍ଚୟ, ସୁଭଦ୍ରା ସଖୀ, ସୁଭଦ୍ରା ଯାତ୍ରୀ, ସୁଭଦ୍ରା ସଂଘ (ସୁଭଦ୍ରା କ୍ଲବ୍), କୁହା ସୁଭଦ୍ରା (କଲ୍ ସେଣ୍ଟର), ସୁଭଦ୍ରା ସହଯୋଗୀ, ସୁଭଦ୍ରା ପଣ୍ଡିତ, ସୁଭଦ୍ରା ସୁଭଦ୍ରା ଓ ସୁଭଦ୍ରା ବୃତ୍ତି ଭଳି ନୂଆ ପଦକ୍ଷେପ ନେବେ ରାଜ୍ୟ ସରକାର ।ମିଶନ ଶକ୍ତି ପାଇଁ ବ୍ୟୟବରାଦ ୨୭୭୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ମମତା ଯୋଜନାରେ ୨୮୪ କୋଟି ଟଙ୍କା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନାରେ ୨୦୮ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି ।

ଅଧିକ ପଢନ୍ତୁ