ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କଲାଣି ଜୀବନ। ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି । ୨୭ରୁ ଆରମ୍ଭ ହେବ କାଳବୈଶାଖୀ । ଏହି ବର୍ଷା ହିଁ ଆଣିବ ଆଶ୍ୱସ୍ତି । ଯଦିଓ ସାମୟିକ ଆଶ୍ୱସ୍ତି ପରେ ପୁଣି ମେ ପହିଲାବେଳକୁ ରାଜ୍ୟରେ ତାପମାତ୍ରା ବଢ଼ିବା ସମ୍ଭାବନା ଅଛି । ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁରରେ ଗ୍ରୀଷ୍ମ ପ୍ରବାହ (ଅରେଞ୍ଜ ୱାର୍ଣ୍ଣିଂ) ଆଶଙ୍କା ରହିଛି । ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ରାତି ତାପମାତ୍ରା ଅଧିକ ରହିବା ଯୋଗୁ ଅସ୍ୱାଭାବିକ ସ୍ଥିତି ଅନୁଭୂତ ହୋଇପାରେ । ଅନୁଗୁଳ, ନୂଆପଡ଼ା, କଳାହାଣ୍ଡି, ଦେବଗଡ଼ରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳରେ ବିତାତିରୁ ନିସ୍ତାର ଆଶା ନାହିଁ । କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ତାତି ସାଙ୍ଗକୁ ଗୁଳୁଗୁଳି ପ୍ରଭାବ ରହିପାରେ।
