ଆହୁରି ୫ ଦିନ ବର୍ଷା ବର୍ଷା ସମ୍ଭାବନା

ରାଜ୍ୟରେ ଆହୁରି ୫ ଦିନ ପ୍ରବଳ ବର୍ଷା ଜାରି ରହିବ । କାଲିଠୁ ପୁଣି ବର୍ଷାର ପରିମାଣ ବଢିବ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗ ଅନୁଯାୟୀ, ଉପକୂଳ, ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, ଗଞ୍ଜାମ, ଗଜପତି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତା ସପ୍ତାହ ଆରମ୍ଭରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ।

ଅଧିକ ପଢନ୍ତୁ