ଆୟୁଷ୍ମାନ ସମସ୍ୟା ସମାଧାନ ହେବ-ସ୍ୱାସ୍ଥ୍ୟମନ୍ତ୍ରୀ

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଆୟୁଷ୍ମାନ ଯୋଜନାରେ ସୁବିଧା ପାଇଁ ୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି । ସୂଚନାମୁତାବକ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ୍ ସ୍ୱାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ୍‌ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ବୁଧବାର ସେପ୍ଟେମ୍ବର ୧୧, ୨୦୨୪ ଦିନ ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନା ଲାଗୁ କରିଛି ।

ଅଧିକ ପଢନ୍ତୁ