ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜିକରଣ ସମୟ ଅବଧିକୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଇଗ୍ନୋ କର୍ତ୍ତୃପକ୍ଷ ବୃଦ୍ଧି କରିଛନ୍ତି । ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଦେୟ ଦେବାକୁ ହେବ । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.in କୁ ଅନୁସରଣ କରିପାରିବେ ।ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ତେବେ ସାର୍ଟିଫିକେଟ ପ୍ରୋଗ୍ରାମରେ ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମ ଲେଖା ଅବଧି ସମାପ୍ତ ହୋଇଯାଇଛି | ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି ।
