ଇଗ୍ନୋର ନାମଲେଖା ଚଳିତମାସ ୨୮ ତାରିଖକୁ ବୃଦ୍ଧି 

ଇଗ୍ନୋର ନାମଲେଖା ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି ।ପୁନଃପଞ୍ଜିକରଣ ପାଇଁ ଅତିରିକ୍ତ୨୦୦ ଟଙ୍କା ବିଳମ୍ବଶୁଳ୍କ ଦେବାକୁ ହେବ ବୋଲି କୁହାଯାଇଛି ।ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେନାହିଁ ।

ଅଧିକ ପଢନ୍ତୁ