ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଗଜପତିଙ୍କ ଚିଠି । ଦୀଘା ଜଗନ୍ନାଥ ମନ୍ଦିର ବିବାଦ ନେଇ ଗଜପତି ମହାରାଜାଙ୍କ ଚିଠି । ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଏ ନେଇ ଚିଠି ଲେଖିଲେ ଗଜପତି । ଦୀଘା ମନ୍ଦିର ଟ୍ରଷ୍ଟିରେ ଇସ୍କନ ପ୍ରତିନିଧି ରହିଥିବାରୁ ପ୍ରଶ୍ନ ଉଠାଇଲେ ।ଶ୍ରୀକ୍ଷେତ୍ର ବ୍ୟତୀତ ଆଉ କୌଣସି ସ୍ଥାନ କିମ୍ବା ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ଉଚିତ ନୁହେଁ । ସନାତନ ବୈଦିକ ଧର୍ମର ସର୍ବୋଚ୍ଚ ଧାର୍ମିକ ଅଧିକାରୀ ହେଉଛନ୍ତି ପରମ ପୂଜ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟ । ସେହିପରି ଜଗତଗୁରୁ ଶଙ୍କରାଚାର୍ଯ୍ୟ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ଓ ସଂସ୍କୃତିର ଆଦି ଗୁରୁ ଏବଂ ପରମଗୁରୁ । ମୁକ୍ତିମଣ୍ଡପ ପଣ୍ଡିତ ସଭା କହିଛନ୍ତି ଦୀଘାର ଶ୍ରୀଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଭାବରେ ନାମିତ କରାଯାଇପାରିବ ନାହିଁ । ଶ୍ରୀଜଗନ୍ନାଥ ଧାମ, ଶ୍ରୀ ପୁରୁଷୋତ୍ତମ ଧାମ ବା କ୍ଷେତ୍ର, ଶ୍ରୀକ୍ଷେତ୍ର ଏବଂ ଶ୍ରୀ ନୀଳାଚଳ ଧାମ ପରି ନାମକରଣ କେବଳ ପୁରୀରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କର ମୂଳ ପୀଠକୁ ବୁଝାଏ ।ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।
