ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣା । ସମ୍ପୃକ୍ତ ଡ୍ରାମା ବିଭାଗର ଅଧ୍ୟାପକ ବହିଷ୍କୃତ । ଛାତ୍ରୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସଙ୍ଗୀତ ମହାବିଦ୍ୟାଳୟ ପ୍ରିନ୍ସିପାଲ । ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ହଙ୍ଗାମା ହୋଇଥିଲା । କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତା ଘେରିଥିଲେ ଛାତ୍ରଛାତ୍ରୀ ।କଲେଜର ପ୍ରିନ୍ସିପାଲ୍‌ ବିଜୟ ଜେନା ଏହି ଅଭିଯୁକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଥିବା ସୂଚନା ଦେଇଛନ୍ତି। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଅଟକ ରଖିଛି।

ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କ ନାଁରେ ‘ଖରାପ ସ୍ପର୍ଶ’, ଯୌନ ଇଙ୍ଗିତ, ଓ ଭଲ ଗ୍ରେଡ୍‌ ବା ସୁବିଧା ଦେବା ଲୋଭ ଦେଖାଇ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଇବା ଭଳି ସଙ୍ଗୀନ ଅଭିଯୋଗ ଥିଲା।ତାଙ୍କ ବିରୋଧରେ ୧୦ରୁ ୧୨ ଜଣ ଛାତ୍ରୀ ଅଭିଯୋଗ ଆଣିଥିଲେ। ତେବେ ସଂସ୍କୃତି ବିଭାଗର ୩ ଜଣିଆ ଟିମ କଲେଜରେ ପହଞ୍ଚିଥିଲେ । ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ ସଙ୍ଗୀତ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଶେଷରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଛି ।

ଅଧିକ ପଢନ୍ତୁ