ଉତ୍ତମ ମହାନ୍ତିଙ୍କ ଆଜି ଦଶାହ,ଚାଲିଛି ଦଶାହ କର୍ମ

ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।ଗତ ଫେବୃଆରୀ ୨୭ ତାରିଖରେ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସତ୍ୟନଗର ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପନ୍ନ ହୋଇଥିଲା। ପଞ୍ଚଭୂତରେ ଲୀନ ହୋଇଥିଲେ ତାଙ୍କ ପାର୍ଥିବ ଶରୀର। ତାଙ୍କ ପୁଅ ତଥା ଅଭିନେତା ବାବୁଶାନ ମୁଖାଗ୍ନି ଦେଇଥିଲେ ।ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

ଅଧିକ ପଢନ୍ତୁ