ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ । ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।
କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି କହିଛନ୍ତି ନବୀନ |