ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗରମ ଓ ଗୁଳୁଗୁଳି ହେବ।

ଗତ ଦୁଇ ସପ୍ତାହ ହେବ ତାତି ଉଭାନ୍‌ ଥିଲା । ମୌସୁମୀ ଆଗମନରେ ପୂରା ରାଜ୍ୟରେ ମେଘ ବର୍ଷିଥିଲା । ମୌସୁମୀର ଶୀତଳ ସ୍ପର୍ଶରେ ପୂରା ଓଡ଼ିଶା ଥଣ୍ଡା ପଡ଼ିଥିଲା । କିନ୍ତୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଉ ଆଗଉନି। ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନକୁ ଛୁଇଁଛି । ଆଗାମୀ ୫ରୁ ୭ ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ତାତି ବଢିବା ସହ ଗରମ ଓ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବ ।

ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାରେ ହଟ ଓ ହ୍ୟୁମିଡ କଣ୍ଡିସନ ଲାଗି ରହିବ ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ନାକେଦମ କରିବ। ବୁଧବାର(୪ ତାରିଖ) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ସ୍ଥିତି ରହିବ। ଗୁରୁବାର ଓ ଶୁକ୍ରବାର ବି ଏଭଳି ସ୍ଥିତିରୁ ନିସ୍ତାର ମିଳିବନି ।

ଅଧିକ ପଢନ୍ତୁ

kc ads