ମଙ୍ଗଳବାର ସକାଳେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା। ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ ବୋଲି ପୂର୍ବାନୁମାନ ରହିଛି । ଆଜି ସକାଳେ ରାଜଧାନୀର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ରେ କୋହଲା ପାଗ ।୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ନେଇ ଆକଳନ କରାଯାଇଛି । ଏଥିସହ ଦିନ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡା, ବଲାଙ୍ଗୀର ,ସମ୍ବଲପୁର, ସୋନପୁର, ଦେବଗଡ଼ ଓ କେନ୍ଦୁଝରରେ ଶୀତର ପ୍ରକୋପ ଅଧିକ ରହିବ।
