ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ସେପଟେ କାର୍ତ୍ତିକ ମାସର ଆଜି ହେଉଛି ଶେଷ ସୋମବାର। ରାଜ୍ୟକୁ ଶୀତ ଋତୁ ଆସିନି। କିନ୍ତୁ ଶୀତର ପ୍ରକୋପ ଆରମ୍ଭ ହେଲାଣି। ବିଳମ୍ୱିତ ରାତିରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ସାମାନ୍ୟ କୁଡୁଡି ଦେଖିବାକୁ ମିଳୁଥିବା ବେଳେ ଶୀତ ଅନୁଭୂତ ହେଉଛି। ଆସନ୍ତାକାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ବର୍ଷା ହେବା ନେଇ ଆସଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ

Odisha Darpan Digital