ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ବିଧାନସଭାର ବିଧାୟକମାନଙ୍କ ପାଇଁ ଆୟୋଜିତ ଓରିଏଣ୍ଟେସନ୍ ବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଯୋଗଦେବେ । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ଯୋଗଦେବେନାହିଁ ।ପୂର୍ବରୁ ଏହି କାର୍ଯ୍ୟକ୍ରମକୁ ବୟକଟ୍ କରିବାକୁ କଂଗ୍ରେସ ଘୋଷଣା କରିଥିଲା । ଏପରିକି ବିଜେଡିକୁ ମଧ୍ୟ ବୟକଟ୍ରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ ପିସିସି ସଭାପତି ଭକ୍ତଚରଣ ଦାସ। ଏବେ ବିଜେଡି ମଧ୍ୟ କାର୍ଯ୍ୟକ୍ରମରୁ ଦୂରେଇ ରହିବା ନିଷ୍ପତ୍ତି ନେଇଥିବାରୁ ରାଜ୍ୟ ରାଜନୀତିରେ ଚର୍ଚ୍ଚା ବଢ଼ିଛି ।
