ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଖୁବଶୀଘ୍ର ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହ ତାରିଖ ଘୋଷଣା କରାଯିବ। ସେପଟେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଇସ୍ତଫା ପରେ, ଏନଡିଏ ପଛୁଆ କିମ୍ବା ଅତ୍ୟନ୍ତ ପଛୁଆ ବର୍ଗର ପ୍ରାର୍ଥୀଙ୍କୁ ନୂଆ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଠିଆ କରିବା ପାଇଁ ବିକଳ୍ପଗୁଡ଼ିକ ଉପରେ ବିଚାର କରୁଛି ।
