ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ

ଗଞ୍ଜାମ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ଅଲିଭ ରିଡଲେ ସାମୁଦ୍ରିକ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଦେଖିବାକୁ ମିଳିଛି । ଆଜି ଭୋର୍ ସମୟରୁ ଧୀରେ ଧୀରେ ଅଲିଭ ରିଡଲେଙ୍କ ଆଗମନ ହୋଇଛି । ପାଗର ଅନୁକୂଳ ଅବସ୍ଥା ଯୋଗୁଁ ଏବଂ ଦକ୍ଷିଣା ପବନ ବୋହିବା ଫଳରେ ଏହି ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ ତରଫରୁ ସୂଚନା ଦିଆଯାଇଛି । କିଛି ଅଞ୍ଚଳକୁ ନୋ ଫିସିଂ ଜୋନ୍‌ ଭାବେ ଘୋଷଣା କରାଯାଇଛି । ଗତବର୍ଷ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗଣଅଣ୍ଡାଦାନ ହୋଇ ନଥିଲା ।

ପ୍ରାୟ ୨ ହଜାର କଇଁଛ ଅଣ୍ଡାଦାନ କରିଥିଲେ କିନ୍ତୁ ଏବର୍ଷ ସମୁଦ୍ରରେ ଲକ୍ଷାଧିକ କଇଁଛଙ୍କ ସମାଗମ ରହିଥିବା ଦେଖିବାକୁ ମିଳିଛି । ଶୀତଋତୁ ଆରମ୍ଭ ହେବା କ୍ଷଣି ନଭେମ୍ବର ମାସରେ ଶ୍ରୀଲଙ୍କା ଉପକୂଳରୁ ଲକ୍ଷାଧିକ ସଂଖ୍ୟାରେ କଇଁଛ ଓଡ଼ିଶା ଉପକୂଳମୁହାଁ ହୋଇଥାନ୍ତି । ଗଞ୍ଜାମ ଜିଲ୍ଲା ଋଷିକୁଲ୍ୟା ନଦୀ ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ କଇଁଛ ଗଣଅଣ୍ଡାଦାନ କରିଥାନ୍ତି ।ଅନ୍ୟପଟେ ବନ ବିଭାଗ କର୍ମଚାରୀମାନେ ସାମୁଦ୍ରିକ କଇଁଛ ସୁରକ୍ଷିତ ସମେତ ଗଣ ଅଣ୍ଡାଦାନ ଉପରେ ଦୃଷ୍ଟି ରଖିଛନ୍ତି ।

ଅଧିକ ପଢନ୍ତୁ