ସୁନ୍ଦରଗଡ଼ ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଜାମପାଲିରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି । ମୃତ ଯୁବକ ଜଣକ ରାଜଗାଙ୍ଗପୁର ରାଣୀବନ୍ଦ ଅଞ୍ଚଳର ବିକାଶ ମହ।ନନ୍ଦିଆ ବୋଲି ଜଣାପଡିଛି ।ବିକାଶ ଜାମପାଲି ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ । ହେଲେ ଗୁରୁବାର ଯୁବତୀଙ୍କ ଘର ସମ୍ମୁଖରେ ରହିଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ ।ମୃତକଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଯୁବକ ଜଣକ ପ୍ରେମରେ ନିରାଶ ହୋଇ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ରାଜଗାଙ୍ଗପୁର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
