ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ସରକାର। ରାସନ ସାମଗ୍ରୀ ବଣ୍ଟନ ପାଇଁ ବିଭାଗ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି ହୋଇଛି। ସକାଳ ୭ରୁ ୧୦ଟା ଯାଏଁ ରାସନ ବଣ୍ଟନ ହେବା ନେଇ ନିଷ୍ପତ୍ତି ହୋଇଛି।ଏହାସହ ସନ୍ଧ୍ୟା ୫ରୁ ୮ ମଧ୍ୟରେ ମଧ୍ୟ ରାସନ ବାଣ୍ଟିବାକୁ ପରାମର୍ଶ ଦିଆଯାଇଛି। ଏନେଇ ପଦକ୍ଷେପ ନେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ।ଏ ନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ବିଭାଗ ପକ୍ଷରୁ ଅବଗତ କରାଯାଇଛି । ଏଥିସହ ଖରା ଦାଉରୁ ରକ୍ଷା ପାଇବା ପାଇଁ ହିତାଧିକାରୀମାନଙ୍କ ପାଇଁ ସରକାରୀ ସୁଲଭ ମୂଲ୍ୟ ଦୋକାନ ଗୁଡିକରେ ଅସ୍ଥାୟୀ ଆଶ୍ରୟସ୍ଥଳୀ, ପାନୀୟ ଜଳ, ଓଆରଏସ ମହଜୁଦ ରଖିବା ଭଳି ବ୍ୟାପକ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ମଧ୍ୟ ଦିଆଯାଇଛି ।
