ଏନକାଉଣ୍ଟରରେ ଟଳିଲେ ୨ ମାଓବାଦୀ

ମାଲକାନଗିରି ଜିଲା ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ ଏନକାଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ କୁଖ୍ୟାତ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଅନୁସାରେ, କାଭରଗଟ୍ଟା ଜଙ୍ଗଲରେ କିଛି ମାଓବାଦୀ ଲୁଚିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ରିପୋର୍ଟ ମିଳିଥିଲା । ଏହାପରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ତେବେ ଯବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିମାଡ କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ଏଥିରେ ଦୁଇ ଟପ୍ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀ ହେଲେ ପ୍ରଦୀପ ଏବଂ ଭୀମା । ଉଭୟେ ଅନେକ ହିଂସାକାଣ୍ଡରେ ସାମିଲ ଥିଲେ | ନିହତ ମାଓବାଦୀ ପ୍ରଦୀପ ଓରଫ ଜଗାର ମୁଣ୍ଡ ଉପରେ ପୁର୍ବରୁ ପାଞ୍ଚ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିବା ବେଳେ ଭୀମା ଭେକୋ ମୁଣ୍ଡ ଉପରେ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା।

ଅଧିକ ପଢନ୍ତୁ