ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୬ ମାଓବାଦୀ ନିହତ ହୋଇଛନ୍ତି।ଖବର ଅନୁଯାୟୀ, ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼ ଉପରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆର୍ଜି ଓ ସିଆର୍ପିଏଫ୍ ବାହିନୀଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍ ଆରମ୍ଙ ହୋଇଥିଲା । ଦୀର୍ଘ ୪ ଘଣ୍ଟା ଧରି ଗୁଳିବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଯାହାପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ଏବେ ବି ଗୁଳି ବିନିମୟ ଜାରି ରହିଥିବା ପ୍ରକାଶ।
