ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା।ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରୀ ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ ହୋଇଛି ।ତେବେ ମିଳିଥିବା ସୂଚନା ଅନୁସାରେ, 200 ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ। ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଜଣେ ଲୋକ ନିଜେ ଚାହିଁଲେ ନିଜର ତଥ୍ୟ ଦେଇପାରିବେ, ୱେବସାଇଟ ଜରିଆରେ ପଞ୍ଜିକୃତ ମଧ୍ୟ କରିପାରିବେ। ମୋବାଇଲ ନମ୍ବରରେ ଓଟିପି ବେସଡ୍ ହେବ। ଗୋଟିଏ ନମ୍ବର ଦୁଇ ଥର ବ୍ୟବହାର କରି ପାରିବେନି କି ଆପରୁ ସ୍କ୍ରିନ ସଟ ମଧ୍ୟ ନେଇପାରିବେ ନାହିଁ ୟୁଜର୍ସ ।
