ଏପ୍ରିଲ୍‌ ୨ରୁ ଦୁଇଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତା ଦେଖା ହେବ

ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଶେଷ ହେବ । ଆସନ୍ତା ଏପ୍ରିଲ୍ ୨ ତାରିଖରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ଏପ୍ରିଲ୍ ମାସ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବ । ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ସିଏଚ୍ଏସ୍ଇର ସୂଚନା ଅନୁଯାୟୀ, ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନଲାଇନରେ ଦେଖା ହେବ । ଆସନ୍ତା ଏପ୍ରିଲ୍ ୨ରୁ ୧୩ ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ଖାତା ହେବ। ଏପ୍ରିଲ୍ ୧୫ରୁ ୨୮ ତାରିଖ ଯାଏ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ହେବ । ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ସିଏଚ୍ଏସ୍ଇ।

ଅଧିକ ପଢନ୍ତୁ