ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ବାଦ୍ ପଡ଼ିଥିବା ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ମଧ୍ୟରୁ ଯେଉଁମାନେ ଯୋଗ୍ୟ ତାଙ୍କୁ ଟଙ୍କା ପ୍ରଦାନ କରାଯିବ। ଜିଲ୍ଲା ୱାରି ଆବେଦନର ସର୍ଭେ କରାଯିବ। ଜିଲ୍ଲାରୁ ରିପୋର୍ଟ ଆସିବା ପରେ ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ କରାଯାଇ ତୃତୀୟ କିସ୍ତି ଦିଆଯିବ।ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା । ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଛନ୍ତି ।
ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି ।ଏପ୍ରିଲ ୧୪ ପରେ ଘରକୁ ଘର ବୁଲି ପୁଣି ସର୍ଭେ କରାଯିବ । ଏଥିସହ ସହ ତୃତୀୟ କିସ୍ତି ପରେ ଯେଉଁମାନେ ୨୧ ବର୍ଷ ହେଇ ଯାଇଥିବ ତାଙ୍କ ପାଇଁ ପୁଣି ସୁଭଦ୍ରା ଓପନ ହେବ । ପ୍ରଥମ କିସ୍ତି ପାଇବା ପରେ ଅନେକ ହିତାଧିକାରୀ ତାଲିକା ରୁ କଟି ଯାଇଛନ୍ତି। ହିତାଧିକାରୀ ମାନେ କିଛି ଲୋନ ଆବେଦନ କରି ଆଇଟି ରିଟର୍ଣ୍ଣ ଦେଇଥିବାରୁ କଟି ଯାଇଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।