ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଛି । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ସ୍କୁଲ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି।ଏହାପୂର୍ବରୁ ଆସନ୍ତା ଏପ୍ରିଲ ୨ରୁ ବିଦ୍ୟାଳୟଗୁଡିକରେ ପାଠପଢ଼ା ସକାଳୁ ଆରମ୍ଭ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ଏହି ସମୟରେ ସ୍କୁଲରେ ସୁରକ୍ଷିତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା ସହ ଅନ୍ୟ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିଛିଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ସେଲସିଅସ ଉପରେ ରହୁଛି । ବୌଦ୍ଧରେ ସର୍ବାଧିକ 43.6 ଡିଗ୍ରୀ ସେଲସିଅସ ତାପମାତ୍ରା ରହିଥିଲା । ଦିନକୁ ଦିନ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି ।

ଅଧିକ ପଢନ୍ତୁ